ରୁବେଲା
ଏକ ମାନବ ଭୂତାଣୁ ରୋଗ / From Wikipedia, the free encyclopedia
ରୁବେଲା, ବା ଜର୍ମାନ ମିଳିମିଳା ବା ତିନି ଦିନିଆ ମିଳିମିଳା,[1] ରୋଗ ରୁବେଲା ଭୁତାଣୁର ଏକ ସଂକ୍ରମଣର ନାମ । [2] ଏହି ରୋଗ ଅତି ସାମାନ୍ୟ ଧରଣର ହୁଏ ଓ ଅର୍ଦ୍ଧେକ ଲୋକ ନିଜେ ଅସୁସ୍ଥ ଥିବା ଅନୁଭବ କରିପାରନ୍ତି ନାହିଁ । [3][4] ସଂସ୍ପର୍ଶରେ ଆସିବାର ଦୁଇ ସପ୍ତାହ ପରେ ରାସ ବାହାରେ ଓ ୩ ଦିନ ମାତ୍ର ରହେ । ମୁହଁରେ ଆରମ୍ଭ ହୋଇ ସାରା ଦେହକୁ ବ୍ୟାପିଯାଏ । ମିଳିମିଳା ରାସ ଭଳି ଏହାର ରାସ ଉଜ୍ଜ୍ୱଳ ନୁହେଁ ଓ ବେଳେ ବେଳେ ଗଲୁ ହୁଏ । ଲସିକା ଗ୍ରନ୍ଥି ସାଧାରଣତଃ ଫୁଲିଯାଏ ଓ କିଛି ସପ୍ତାହ ରହେ । [4] ଜ୍ୱର, ତଣ୍ଟି ଘାଆ ଓ ଥକ୍କାଣ ମଧ୍ୟ ହୋଇପାରେ । [4][5] ବୟଃପ୍ରାପ୍ତ ଲୋକଙ୍କର ଗଣ୍ଠି ଯନ୍ତ୍ରଣା ଏକ ସାଧାରଣ ଲକ୍ଷଣ । ଜଟିଳତା ମଧ୍ୟରେ ମୁଷ୍କ ବା ଟେସ୍ଟିସ ଫୁଲା, ରକ୍ରସ୍ରାବ ଓ ସ୍ନାୟୁ ପ୍ରଦାହ ଦେଖାଯାଏ । [4] ପ୍ରାକ ଗର୍ଭାବସ୍ଥାରେ ଏହି ରୋଗ ହେଲେ ଗର୍ଭପାତ ଓ ଶିଶୁ ବିକୃତି (ସି.ଆର.ଏସ.) ହୋଇପାରେ । ଏହି ସି.ଆର.ଏସ.ର ଲକ୍ଷଣ: କାଟାରାକ୍ଟ, ବଧୀର ଦୋଷ, ହୃତ୍ପିଣ୍ଡ ଓ ମସ୍ତିଷ୍କ ଦୋଷ ବାହାରିପାରେ । କୋଡ଼ିଏ ସପ୍ତାହ ଗର୍ଭ ପରେ କ୍ୱଚିତ ଅସୁବିଧା ହୁଏ । [2]
ରୁବେଲା | |
---|---|
ଶ୍ରେଣୀବିଭାଗ ଓ ବାହାର ସ୍ରୋତ | |
ସ୍ପେଶାଲିଟି | Infectious disease |
ଆଇସିଡ଼ି-୧୦ | B06. |
ଆଇସିଡ଼ି-୯-ସିଏମ୍ | 056 |
ରୋଗ ଡାଟାବେସ | 11719 |
ମେଡ଼ିସିନ-ପ୍ଲସ | 001574 |
ଇ-ମେଡ଼ିସିନ | emerg/388 peds/2025 derm/259 |
Patient UK | ରୁବେଲା |
MeSH | D012409 |
ସଂକ୍ରମିତ ଲୋକର କାଶରୁ ବାୟୁବାହିତ ହୋଇ ଏହି ରୋଗ ବ୍ୟାପେ । [2][6] ରାସ ବାହାରିବାର ଏକ ସପ୍ତାହ ପୂର୍ବ ଓ ପର ପର୍ଯ୍ୟନ୍ତ ସଂକ୍ରମଣ କ୍ଷମତା ରହେ । ସି.ଆର.ଏସ. ଶିଶୁ ଏକ ବର୍ଷ ଧରି ଜୀବାଣୁ ବାଣ୍ଟିପାରେ । [4] ଏହି ରୋଗ କେବଳ ମାନବଙ୍କୁ ହୁଏ । [2] କୌଣସି କୀଟ ବା ପୋକଦ୍ୱାରା ଏହା ବ୍ୟାପେନାହିଁ । [4] ଥରେ ରୋଗମୁକ୍ତ ହେଲେ ଆଜୀବନ ଇମ୍ମ୍ୟୁନିଟି ରହେ । ଇମ୍ମ୍ୟୁନିଟି ଉପସ୍ଥିତି ପରୀକ୍ଷା କରି ଜାଣିହୁଏ । [2] ରକ୍ତ, ତଣ୍ଟି ଓ ପରିସ୍ରା ପରୀକ୍ଷା କରି ଭୁତାଣୁ ଦେଖିଲେ ରୋଗ ନିର୍ଣ୍ଣୟ ହୁଏ । ଆଣ୍ଟିବଡି ନିମନ୍ତେ ରକ୍ତ ପରୀକ୍ଷା ଉପଯୋଗୀ ହୁଏ । [4]
ଗୋଟିଏ ଡୋଜ ରୁବେଲା ଟିକା ୯୫ %ରୁ ଅଧିକ ଉପଯୋଗୀ ହୁଏ । [2] ଅଧିକାଂଶ ସମୟରେ ଏହି ଟିକା ସହିତ ମିଳିମିଳା ଟିକା ଓ ଗାଲୁଆ ଟିକା ମିଶେଇ ଏମଏମଆର ଟିକା ନାମରେ ଦିଆଯାଏ । [4] ଜନସଂଖ୍ୟାର ଟିକାକରଣ ୮୦ %ରୁ କମ ଥିଲେ ଗର୍ଭଧାରଣ ବୟସ ପର୍ଯ୍ୟନ୍ତି ଇମ୍ମ୍ୟୁନିଟି ନ ଥାଇ ମଧ୍ୟ ଅସୁବିଧା ହୁଏ ନାହିଁ । [2] ଥରେ ସଂକ୍ରମିତ ହେଲେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । [5]
ପୃଥିବୀର ଅନେକ ସ୍ଥାନରେ ରୁବେଲା ସଂକ୍ରମଣ ଦେଖାଯାଏ । [5] ବାର୍ଷିକ ପ୍ରାୟ ଏକ ଲକ୍ଷ ସି.ଆର.ଏସ. ଦେଖାଯାଆନ୍ତି । [2] ଏହି ରୋଗର ହାର ଟିକା ଦିଆଯିବା ଯୋଗୁ ଆମେରିକା ସହିତ ଅନେକ ଜାଗାରେ କମୁଛି । [3][5] ପୃଥିବୀବ୍ୟାପି ଏହି ରୋଗକୁ ନିର୍ମୁଳ କରିବା ଚେଷ୍ଟା ଚାଲିଛି । [2] ଲାଟିନ ଭାଷାରେ ରୁବେଲା ଅର୍ଥ ଟିକିଏ ଲାଲ । ସନ ୧୮୧୪ରେ ଜର୍ମାନୀ ଚିକିତ୍ସକ ପ୍ରଥମେ ଏହି ରୋଗ ଏକ ସ୍ୱତନ୍ତ୍ର ରୋଗ ବୋଲି ବର୍ଣ୍ଣନା କରିଥିବାରୁ ରୋଗର ନାମ ଜର୍ମାନ ମିଜଲସ ଦିଆଯାଇଥିଲା । [4] ଏପ୍ରିଲ ୨୯, ୨୦୧୫ରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆମେରିକାକୁ ରୁବେଲାମୁକ୍ତ ଘୋଷଣା କଲେ । [7][8]